ସୋମବାର ରାଶିଫଳ ୦୭.୦୬.୨୦୨୧

ମେଷ: ଶ୍ରୀ ଚନ୍ଦ୍ର ଭୋଗ ହେତୁ ରୋଜଗାର ବୃଦ୍ଧି ପାଇବ। ଷଟ୍‌ ଐଶ୍ବର୍ଯ୍ୟଶାଳୀ ହୋଇପାରନ୍ତି। ମାଲି-ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ନୂଆ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ। ସୁସ୍ଥ ଓ ନିରାମୟ ରହିବେ।
ବୃଷ: କର୍ମ ଚଞ୍ଚଳ ରହିବେ। ଧର୍ମକାର୍ଯ୍ୟରେ ଧନବ୍ୟୟ କରି ପାରନ୍ତି। ଥଣ୍ଡାକଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଗୁପ୍ତ ବିଦ୍ୟାରେ ରୁଚି ରହିବ। ମଧୁର କଥାରେ ପରକୁ ଆପଣାର କରିବେ। ଏକାନ୍ତ ପ୍ରିୟ ହେବେ।
ମିଥୁନ: ଆୟ ଆଶାନୁରୂପ ହେବ। ସୁସ୍ଥ ରହିବେ। ଯଶ୍ବସୀ ହେବେ। ଲୋକପ୍ରିୟତା ଅର୍ଜନ କରି ପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ରାଜକୋଷ ଅର୍ଥ ପ୍ରାପ୍ତ ହୋଇପାରନ୍ତି। ଜ୍ୟୋତିଷ ବିଦ୍ୟାରେ ଆଗ୍ରହୀ ହେବେ।
କର୍କଟ: କର୍ମ ତତ୍ପରତା ପ୍ରକାଶ ପାଇବା। କୁଳ ଉଳକାରୀ ହେବେ। ମନପ୍ରସନ୍ନ ରହିବ। ଶରୀର ସୁସ୍ଥ ରହିବ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶ୍ବସୀ ହେବେ। ପରିବାର ପ୍ରତି ସ୍ନେହ ସଦିଚ୍ଛାଭାବ ରହିବ।
ସିଂହ: ଲକ୍ଷ୍ୟ ହାସଲ କରିବାରେ ସକ୍ଷମ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ-ବିଳାସରେ ସମୟ ଅତିବାହିତ କରିବେ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ସୁଖ ମିଳିବ।
କନ୍ୟା: ଝୁଣ୍ଟିପଡ଼ି ପଦାଙ୍ଗୁଳରେ କଷ୍ଟ ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭ ଉଠାଇପାରନ୍ତି। ମିତ୍ରମାନଙ୍କ ସହଯୋଗ ଊଣା ହୋଇପାରେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡ଼ିବ।
ତୁଳା: ବନ୍ଧୁ ମିଳନରେ ଆନନ୍ଦ ଅନୁଭବ କରିବେ। ବ୍ୟବସାୟରେ ପ୍ରଚୁର ଧନ ଲାଭ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ନିଜର ସୁକର୍ମ ପାଇଁ ଗର୍ବ ଅନୁଭବ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିବେ।
ବିଛା: ଶତ୍ରୁର ଆହ୍ବାନରେ କ୍ରୋଧିତ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଅମୋଘ ଶକ୍ତିଯୁକ୍ତ ହେବେ। ଶତ୍ରୁ ହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଚମତ୍କାରିତା ଲାଭ ପ୍ରାପ୍ତ କରିବେ।
ଧନୁ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ସମ୍ମାନ ବୃଦ୍ଧି ହେବ। ହଠାତ୍‌ କିଛି ଧନପ୍ରାପ୍ତିର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଭଲରେ ଚାଲିବ।
ମକର: ଉଦାର ମନୋଭାବ ଗ୍ରହଣ କରି କଳହଠାରୁ ଦୂରେଇ ରହିବେ। ଦାନଶୀଳ ହୋଇ ପାରନ୍ତି। ବ୍ୟକ୍ତିତ୍ବର ବିକାଶ ଘଟାଇ ପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷିରୁ ଲାଭ ମିଳିପାରେ। ପ୍ରେମୀ ଓ ବୁଦ୍ଧିମାନ ହେବେ।
କୁମ୍ଭ: ଉଚ୍ଚ ସମ୍ମାନ ଲାଭ କରିବେ। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁ ପ୍ରେମୀ ଓ ବିଦ୍ବାନ ବ୍ୟକ୍ତିର ପରିଚାୟକ ହେବେ।
ମୀନ: ଆଦର ଅଭ୍ୟର୍ଥନା ମିଳିପାରେ। ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରମାନଙ୍କ ସହାୟତା ମିଳିବ। ବ୍ୟବସାୟରୁ ଧନବାନ୍‌ ହେବେ।

Comments are closed.