ସୋମବାର ରାଶିଫଳ ୧୪.୦୬.୨୦୨୧

ମେଷ: ଊଦାର ସ୍ବଭାବର ହୋଇପାରନ୍ତି। ଦାନ-ଧର୍ମକୁ ଆଦରି ନେବେ। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। ଯାନବାହନ ସୁଖ ମିଳିବ।
ବୃଷ: ଶ୍ରମ ସାର୍ଥକ ହେବ। ମନ ପ୍ରସନ୍ନ ରହିବ। ଈଶ୍ବର ନିଷ୍ଠା ରହିବ। ମଧୁର ଭାଷୀ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ପେମୀ ଓ ସାହସୀ ହେବେ।
ମିଥୁନ: ଆଶାବାଦୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ବିକଶିତ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରସୁଖ ମିିଳିବ।
କର୍କଟ: ଶ୍ରୀ ଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସାହି ମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭର ସୁଯୋଗ ଅଛି। ଧନସମ୍ପଦ ଯୁକ୍ତ ହେବେ।
ସିଂହ: କର୍ମଚଞ୍ଚଳ ରହିବେ। ଥଣ୍ଡାକଫରେ ଆକ୍ରାନ୍ତ ହୋଇ ପାରନ୍ତି। ବହୁ ବ୍ୟୟର ସମ୍ମୁଖୀନ ହେବେ। ନିରୋଳାରେ ଏକାକୀ ସମୟ ବିତାଇବାକୁ ଇଚ୍ଛା କରିବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜିପାରେ। ମଧୁର କଥାରେ ପରକୁ ଆପଣାର କରିବେ।
କନ୍ୟା: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମ ଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି। ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ।
ତୁଳା: କର୍ମ ତତ୍ପରତା ପ୍ରକାଶ ପାଇବ। କୁଳପ୍ରଦୀପ ହୋଇ ପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ।
ବିଛା: ଭାଗ୍ୟଶାଳୀ ହୋଇ ପାରନ୍ତି। ଆଳସ୍ୟ ଅନୁଭବ କରିବା ସହିତ ଭୋଗ ବିଳାସ କରି ପାରନ୍ତି। ସୁଖ-ସମୃଦ୍ଧ ପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ପାରିବାରିକ ସୁଖ ମିଳିବ।
ଧନୁ: ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରି ପାରନ୍ତି। ବହୁଧନ କିମ୍ବା ପୁତ୍ର ଓ ଉତ୍ତମ ବଂଶରୁ କନ୍ୟାରତ୍ନ ଆଣିପାରନ୍ତି। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ।
ମକର: ବନ୍ଧୁ ମିଳିନ ଘଟିପାରେ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତି ଓ ଧୈର୍ଯ୍ୟବାନ୍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମନରେ ଅହଂଭାବ ଉଦ୍ରେକ ହୋଇପାରେ।
କୁମ୍ଭ: ଚକ୍ଷୁରେ ପୀଡ଼ା ଉପୁଜିପାରେ। ଅଯଥା ଖର୍ଚ୍ଚାନ୍ତ ହୋଇ ପାରନ୍ତି। ଘରମାନଙ୍କ ଉପରେ ସ୍ନେହଭାବ ରହିବ। ଷଟ୍-ଶକ୍ତି ସମ୍ପନ୍ନ ହେବେ। ଶତ୍ରୁ ହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।
ମୀନ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ରମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ।

Comments are closed.