ସୋମବାର ରାଶିଫଳ (୧୦.୦୫.୨୦୨୧)

ମେଷ: ଶ୍ରୀଚନ୍ଦ୍ର ଭୋଗ ହେତୁ ରୋଜଗାରରେ ବାଧା ଉପୁଜିବ ନାହିଁ। ଧନବାନ୍‌ ହୋଇପାରନ୍ତି। ଅର୍ଜନ କରିଥିବା ଗୁଣର ପ୍ରସାର ଘଟିବ। ଶାରୀରିକ ଶକ୍ତିସମ୍ପନ୍ନ ହୋଇପାରନ୍ତି। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମିଷ୍ଟାନ୍ନ ଭୋଜନ ମିଳିବ।
ବୃଷ: ପଥରୋଧର ସମ୍ମୁଖୀନ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଉପୁଜିପାରେ। ମୌନବ୍ରତରେ ବ୍ରତୀ ହେବେ। ଆଶା କରାଯାଏ ମଧୁର କଥା କହି ପରକୁ ଆପଣାର କରିବେ। ସାହସୀ ଓ ଜ୍ଞାନୀ ହେବେ।
ମିଥୁନ: ସର୍ବସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରି ପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନ ଲାଭ ହେବ।
କର୍କଟ: କର୍ମଚଞ୍ଚଳ ରହିବେ। କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଶରୀର ସୁସ୍ଥ ରହିବ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।
ସିଂହ: ଭାଗ୍ୟଶାଳୀ ହେବେ। ଭୋଗବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଶି​‌େ​‌ଳ୍ପାଦ୍ୟୋଗୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ସୁଖଭୋଗ କରିପାରନ୍ତି।
କନ୍ୟା: ପରିସ୍ଥିତିରେ ପଡ଼ି ପ୍ରତିହିଂସା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗ ବ୍ୟବସାୟ ଲାଭଜନକ ହେବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ରାଜତୁଲ୍ୟ ସନ୍ତୋଷଯୁକ୍ତ ହେବେ। ବହୁପ୍ରକାରର ଧନ ଲାଭ ହେବ।
ତୁଳା: ବନ୍ଧୁ ସହଯୋଗରେ ବିଶେଷ ଉପକୃତ ହେବେ। ବ୍ୟବାସୟ ଅତ୍ୟନ୍ତ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ସ୍ବକର୍ମ ପାଇଁ ଗର୍ବିତ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିବେ।
ବିଛା: ଭାଇମାନଙ୍କ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଆଖିରେ ସାମାନ୍ୟ ଯନ୍ତ୍ରଣା ଦେଖାଦେଇପାରେ। ଶକ୍ତିମାନ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କର ପ୍ରଶଂସାର ପାତ୍ର ହେବେ।
ଧନୁ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରେ ପ୍ରଚୁର ଧନ ଲାଭ ହେବ। କର୍ମକ୍ଷେତ୍ରକୁ ଉଳମୟ କରି ଗଢ଼ି ତୋଳିବେ।
ମକର: କଳହମୁକ୍ତ ରହିବାକୁ ଉଦ୍ୟମ ଜାରି ରଖିବେ। ଉଦାର ପ୍ରକୃତିର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁଖୀ ହେବେ। ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ଶରୀର ସୁସ୍ଥ ରହିବ। ପ୍ରେମୀ ଓ ବୁଦ୍ଧିମାନ ହୋଇପାରନ୍ତି।
କୁମ୍ଭ: ଶ୍ରମ ସାର୍ଥକ ହେବ। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ମଧୁରଭାଷୀ ହେବେ। ପ୍ରେମୀ ଓ ସାହସୀ ହୋଇପାରନ୍ତି। ସାନ ଭାଇଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ। ଶାସ୍ତ୍ରଜ୍ଞ ହୋଇପାରନ୍ତି।
ମୀନ: ଭାଗ୍ୟଶାଳୀ ହେବେ। ଆଶାବାଦୀ ହୋଇପାରନ୍ତି। ବିକଶିତ ବ୍ୟକ୍ତିତ୍ବର ଅଧିକାରୀ ହେବେ। ମଧୁର ଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସହଯୋଗ ମିଳିବ।

Comments are closed.