ସୋମବାର ରାଶିଫଳ (୧୪-୧୨-୨୦୨୦)

ମେଷ: ଭାଗୁଆଳି ବ୍ୟବସାୟ ଲାଭଜନକ ହେବ। କିଛି ସ୍ୱାଦିଷ୍ଟ ଭୋଜନ ମିଳିପାରେ। ସରକାରୀ କୃପା ଥାଇ ମଧ୍ୟ କିଛିଟା ବିଘ୍ନ ଉପୁଜି ପାରେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବେ।

ବୃଷ: ନିଜକୁ ଈଶ୍ୱରଙ୍କ ନିକଟରେ ସମର୍ପଣ କରି ନୂତନ କାର୍ଯ୍ୟର ଶୁଭାରମ୍ଭ କରିପାରନ୍ତି। ବନ୍ଧୁ ମିଳନ ଘଟିବାର ସମ୍ଭାବନା ଅଛି। କର୍ମଚଞ୍ଚଳ ରହିବେ। ଆଖିରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ମଧୁରଭାଷୀ ହେବେ।

ମିଥୁନ: ଉପୁଜିଥିବା ସମସ୍ୟା ପାଇଁ କାହା ଉପରେ ନିର୍ଭରଶୀଳ ନ ହୋଇ ନିଜ ବୁଦ୍ଧିବଳରେ କାର୍ଯ୍ୟ ସଂପାଦନ କରିପାରନ୍ତି। ପ୍ରିୟ ବନ୍ଧୁଙ୍କ ସାନିଧ୍ୟ ପାଇ ଖୁସି ହେବେ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ।

କର୍କଟ: ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ପ୍ରବାହିତ ହେବ। ବ୍ୟବସାୟ ଭଲ ରହିବ।

ସିଂହ: ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। କୃଷି କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।

କନ୍ୟା: ଉଚ୍ଚ ସମ୍ମାନ ଲାଭ କରିବେ। ମନ ପ୍ରସନ୍ନ ରହିବ। ଈଶ୍ୱର ବିଶ୍ୱାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଭକ୍ତି ଓ ଆଦର ସମ୍ମାନ ମିଳିବ।

ତୁଳା: ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରି ବିଭାଗୀୟ ସ୍ତରରେ ସମ୍ମାନିତ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ମଧୁରଭାଷୀ ଓ ସହନଶୀଳ ହୋଇପାରନ୍ତି। ଶାନ୍ତିପ୍ରିୟ ହେବେ ଓ ଉଦାର ସ୍ୱଭାବର ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ରୋଜଗାର ବଢ଼ିବ।

ବିଛା: ଆଗକୁ ବଢ଼ି ପାରନ୍ତି। ସୌଜନ୍ୟତା ରକ୍ଷା କରି କାର୍ଯ୍ୟ କରିବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ଯୁଦ୍ଧ ଓ ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭ ହେବ। ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହେବେ। ପାରିବାରିକ ସୁଖ ମିଳିବ।

ଧନୁ: ଯାତ୍ରା ପଥରେ ଖର୍ଚ୍ଚାନ୍ତ ହୋଇପାରନ୍ତି। ସୁଖୀ ହେବେ। ସମ୍ମାନିତ ହୋଇପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳିବ। ମଧୁର କଥା କହି ପରକୁ ଆପଣାର କରିପାରନ୍ତି।

ମକର: ପରୋପକାରୀ ହେବେ। ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ତନ୍ତ୍ର, ମନ୍ତ୍ର ଓ ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ।

କୁମ୍ଭ: କୌଣସି କଥାରେ ହାର୍‍ ମାନିବେ ନାହିଁ। କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହୋଇପାରନ୍ତି। କରିତ୍‍କର୍ମା ହେବେ।

ମୀନ: ଦେବାର୍ଚ୍ଚନାରେ ବ୍ରତୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରିପାରନ୍ତି। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

Comments are closed.