ସୋମବାର ରାଶିଫଳ(୨୧ ସେପ୍ଟେମ୍ବର ୨୦୨୦)

ମେଷ: ଆନନ୍ଦ, ଉତ୍ସବରେ ସମୟ ଅତିବାହିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ଆଗ୍ରହୀ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଗ୍ରହଣ କରିପାରନ୍ତି। ଅହଂଭାବର ହେବେ।
ବୃଷ: ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରିୟ ଭାଜନ ହେବେ। ଆଖିରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି।
ମିଥୁନ: ଦିନଟି ମଙ୍ଗଳମୟ ହେବ। ଧାର୍ମିକ ଓ ତେଜସ୍ୱୀ ହେବେ। କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟ ଭଲରେ ଚାଲିବ।
କର୍କଟ: ଉଦାର ପ୍ରକୃତିର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମ ଉପରେ ଅଧିକ ଧ୍ୟାନ ଦେବେ। ପ୍ରେମୀ ଓ ବୁଦ୍ଧିମାନ୍‍ ହୋଇପାରନ୍ତି। ଯାନବାହନ ସୁଖ ମିଳିବ।
ସିଂହ: ଦିନଟି ଆପଣଙ୍କ ପାଇଁ ଆନନ୍ଦଦାୟକ ହେବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ମନ ପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନ ଭାଇମାନଙ୍କ ଠାରୁ ଆଦର-ସମ୍ମାନ ମିଳିବ।
କନ୍ୟା: ନିର୍ଭରଶୀଳ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ବ୍ୟକ୍ତିତ୍ୱର ବିକାଶ ଘଟିବ। ଶାନ୍ତିପ୍ରିୟ ଓ ସହନଶୀଳ ହେବେ। ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟ ଲାଭଜନକ ହେବ। ମିତ୍ର ସୁଖ ମିଳିବ।
ତୁଳା: ଯାହା ଇଚ୍ଛା କରିବେ ତାହା ମିଳିପାରେ। ଉତ୍ସାହିିତ ହୋଇ କାର୍ଯ୍ୟ ସଂପାଦନ କରିପାରନ୍ତି। ଐଶ୍ୱର୍ଯ୍ୟଯୁକ୍ତ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଭଲ ଆୟ ହେବ। ବନ୍ଧୁ ସହାୟତା ମିଳିବ।
ବିଛା: କାର୍ଯ୍ୟରେ ସଫଳତା ଲାଭ କରିବେ। କର୍ମଚଞ୍ଚଳ ରହିବେ। ଧର୍ମ କାର୍ଯ୍ୟରେ ଅଧିକ ଖର୍ଚ୍ଚ କରିପାରନ୍ତି। ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି।
ଧନୁ: ଯାତ୍ରା ଶୁଭଦାୟକ ହେବ। କର୍ମଚଞ୍ଚଳ ରହିବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ। ସନ୍ତାନମାନେ ଗୁଣୀ ଓ ସମ୍ପତ୍ତିବାନ୍‍ ହେବେ।
ମକର: ଆୟ ଆଶାନୁରୂପ ହେବ। କୁଳ ଉଜ୍ଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପାରିବାରିକ ସ୍ନେହ ରହିବ।
କୁମ୍ଭ: କାର୍ଯ୍ୟରେ ସଫଳତା ଲାଭ କରିବେ। ଜନ ସଂପର୍କ ବୃଦ୍ଧି ପାଇବ। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ୱାନ୍‍ ଓ ସାହସୀ ହେବେ। ଉଦ୍ୟୋଗୀ ହେବା ଆଶା କରାଯାଏ।
ମୀନ: ମନସ୍କାମନା ପୂର୍ଣ୍ଣ ହେବ। ସ୍ୱାଭିମାନୀ ହୋଇପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇପାରେ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଜଳଯାତ୍ରାରେ ସତର୍କ ରହିବେ।

Comments
Loading...