ସୋମବାର ରାଶିଫଳ(୨୧/୧୨/୨୦୨୦)

ମେଷ: ଯାତ୍ରା ଶୁଭଦାୟକ ହେବ। ସମ୍ବାଦ ମିଳିପାରେ। ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ଅର୍ଥ ପ୍ରାପ୍ତି ସୂଚନା ମିଳୁଛି। ବ୍ୟବସାୟ ଲାଭଜନକ ହେବ। କରିତ୍‍କର୍ମା ହେବେ।
ବୃଷ: ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି। ବିଭିନ୍ନ ଦିଗରୁ ସାହାଯ୍ୟ ପ୍ରାପ୍ତ ହେବେ। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। କର୍ମକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଶୁଭକାର୍ଯ୍ୟ କରଣୀୟ। ବିବାଦରେ ବିଜୟୀ ହେବେ।
ମିଥୁନ: କଳ କୌଶଳ ପ୍ରୟୋଗ କରି କାର୍ଯ୍ୟ ହାସଲ କରିବାରେ ପାରଙ୍ଗମ ହେବେ। ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। ଅଧିକ କ୍ଷମତା ହାସଲ କରି ତା’ର ସଦ୍‍ବ୍ୟବହାର କରିପାରନ୍ତି। କୃତୀ ପ୍ରତିଯୋଗୀ ହେବେ।
କର୍କଟ: ବାଣିଜ୍ୟ କାରବାର ଉତ୍ସାହପ୍ରଦ ହେଲେ ବି ମାତ୍ର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ଅଛି। ପାରିବାରିକ ଅଶାନ୍ତିର ଅବସାନ ଘଟାଇବାକୁ ଉଦ୍ୟମ ଚଳାଇବେ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡ଼ିବ।
ସିଂହ: ସୁଖକର ଘଟଣାମାନ ଘଟିପାରେ। କାର୍ଯ୍ୟକୁ ସଫଳ ରୂପାୟନ କରିବାରେ ସଫଳ ହେବେ। ସ୍ୱାଭିମାନୀ ହୋଇପାରନ୍ତି। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ରୁଚିକର ଭୋଜନ ମିଳିବ। ଆନନ୍ଦ ଉପଭୋଗ କରିବେ।
କନ୍ୟା: ଉତ୍ତମ ମିତ୍ରଙ୍କ ସାନ୍ନିଧ୍ୟ ମିଳିବ। ଆନନ୍ଦ ଉପଭୋଗ କରିପାରନ୍ତି। ସୁଖାଦ୍ୟ ମଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି। କର୍ମକ୍ଷେତ୍ର ଆନନ୍ଦଦାୟକ ହେବ। ପରୋପକାରୀ ହେବେ। ଉଦ୍ୟମ ପ୍ରଶଂନୀୟ ହେବ। ସୁଖୀ ହେବେ।
ତୁଳା: କ୍ରୋଧ ସମ୍ବରଣ କଲେ ଜନାଦ୍ରୁତ ହେବେ। ଶତ୍ରୁ ଉପରେ ବିଜୟୀ ହାସଲ କରିପାରନ୍ତି। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସୁସମ୍ବାଦ ପାଇ ଖୁସି ହେବେ। ଶୁଭକାର୍ଯ୍ୟ କରି ପାରନ୍ତି। ଋଣ ପରିଶୋଧ କରି ଆଶ୍ୱସ୍ତ ହେବେ।
ବିଛା: ମନସ୍କାମନା ପୂର୍ଣ୍ଣ ହୋଇପାରେ। ପରିଶ୍ରମ କଠିନ ହେଲେ ବି ତା’ର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଗୃହ ପରିବେଶ ପ୍ରଦୂଷଣ ମୁକ୍ତ ହେବ। ଯାନବାହନ ଜନିତ ସୁଖ ମିଳିବ। ଧନାଗମ ହେବ।
ଧନୁ: କଳହଠାରୁ ଦୂରେଇ ରହିବାକୁ ପଡ଼ିବ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭାକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି। ଦେବଦର୍ଶନର ସୁଯୋଗ ସୃଷ୍ଟି ହୋଇଛି। ଅଶାନ୍ତିର ମାତ୍ରା ହ୍ରାସ ହେବ। ସରକାରୀ ଲାଭ ମିଳିବ।
ମକର: ଯୋଗାଯୋଗରେ ସଫଳତା ମିଳିବ। ସାମୟିକ ଭାବେ ମନ ବ୍ୟାକୁଳ ହୋଇପାରେ। ଧନାଗମର ସୂଚନା ମିଳୁଛି। ନୀତିନିଷ୍ଠ ହେବେ। ତ୍ୟାଗପୂତ ମନୋବୃତ୍ତି ଗ୍ରହଣ କରିପାରନ୍ତି। ଚଞ୍ଚଳମନା ହେବେ। କୀର୍ତ୍ତିମାନ୍‍ ହେବେ।
କୁମ୍ଭ: ଆୟ ଆଶାନୁରୂପ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‍ ହେବେ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ନୂଆ ବନ୍ଧୁ ଜୁଟିପାରନ୍ତି। ଚିନ୍ତାଧାରା ଉନ୍ନତମାନର ହେବ।
ମୀନ: ବରଂ କ୍ଷତି ସହିବେ; ମାତ୍ର ନୀତିରୁ ବିଚ୍ୟୁତ ହେବେ ନାହିଁ। ଧର୍ମ କାର୍ଯ୍ୟରେ ଲିପ୍ତ ହୋଇ ଅଧିକ ବ୍ୟୟ କରିପାରନ୍ତି। ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି। ମଧୁର କଥା କହି ପରକୁ ଆପଣାର କରିବେ।

Comments are closed.