ଆଣ୍ଡାମାନ ଛୁଇଁଲା ମୌସୁମୀ

ଭୁବନେଶ୍ବର : ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଏହାର ପ୍ରଭାବରେ ଦକ୍ଷିଣ ଆଣ୍ଡାମାନର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୩ରୁ ୪ ଦିନ ମଧ୍ୟରେ ମୌସୁମୀ ସମ୍ପୂର୍ଣ୍ଣ ଆଣ୍ଡାମାନକୁ ଛୁଇଁବ ବୋଲି ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଭାରତୀୟ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଜୁନ୍ ୬ରେ ମୌସୁମୀ ବାୟୁ କେରଳ ଛୁଇଁବାର ସମ୍ଭାବନା ରହିଛି । ଜୁନ୍ ୧୦ରେ ମୌସୁମୀ ଓଡିଶା ଛୁଇଁବାକୁ ଥିବା ବେଳେ ଏଥିରେ ସାମାନ୍ୟ ବିଳମ୍ବ ହେବ ବୋଲି ସୂଚନା ମିଳିଛି । ଆଗାମୀ ୩ ଦିନ ପର୍ଯ୍ୟନ୍ତ ପଶ୍ଚିମ ଓଡିଶାରେ ଉତ୍ତାପ ଜାରି ରହିବା ସହ ଅପରାହ୍ନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ।

Comments are closed.