ଓଡିଶା ଛୁଇଁଲା ମୌସୁମୀ ; ୨୩ ଯାଏଁ ଲାଗି ରହିବ ବର୍ଷା

ଭୁବନେଶ୍ୱର : ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡିଶା ଛୁଇଁଛି । ଏହାର ପ୍ରଭାବରେ ଉପକୂଳ ଓଡିଶାରେ ବର୍ଷା ଲାଗି ରହିଥିବା ​‌ବେଳେ ଆଗାମୀ ୭୨ ଘଣ୍ଟା ମଧ୍ୟରେ ରାଜ୍ୟର ଅନ୍ୟ କେତେକ ସ୍ଥାନରେ ବର୍ଷା ହେବ । ଓଡିଶାରେ ମୌସୁମୀ ବାୟୁ ସକ୍ରିୟ ହେବା ପରେ ପ୍ରାଥମିକ ପର୍ୟ୍ୟାୟରେ ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବାନା ରହିଛି । ୨୩ ତାରିଖ ପର୍ଯ୍ୟନ୍ତ ଓଡିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥର ମୌସୁମୀ ବର୍ଷ ସ୍ବାଭାବିକ ରହିବ ବୋଲି ଆଇଏମଡି ବରିଷ୍ଠ ବୈଜ୍ଞାନିକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।

Comments are closed.