ରାଜ୍ୟରେ ସ୍ୱାଭାବିକ ମୌସୁମି, ୨୧ ଓ ୨୨ରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ବିହାରର ଆଖାପାଖ ଏବଂ ଦକ୍ଷିଣ ପୂର୍ବ ଉତ୍ତରପ୍ରଦେଶ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ପଶ୍ଚିମ ରାଜସ୍ଥାନ ଓ ଉତ୍ତର ପୂର୍ବ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର (ଟ୍ରପଲାଇନ୍‍)ରହିଛି। ଲଘୁଚାପ ଓ ଟ୍ରପଲାଇନ ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଶୁକ୍ରବାର ବର୍ଷା ହୋଇଛି। ଆଗାମୀ ଦୁଇଦିନ ମଧ୍ୟରେ ସୃଷ୍ଟ ଲଘୁଚାପ ଦୁର୍ବଳ ହୋଇଯିବ।

୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏଭଳି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଗ ଅନୁକୂଳ ଏବଂ ଲଘୁଚାପ ସୃଷ୍ଟି ହେଲେ ମୌସୁମି ସକ୍ରିୟ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ରର ଆକଳନ ଅନୁଯାୟୀ ଆସନ୍ତା ୨୧ ଓ ୨୨ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। କେନ୍ଦ୍ର ପକ୍ଷରୁ କେତେକ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି।

Comments are closed.