କରୋନା: ଦିନକରେ ୧୦୦୭ ମୃତ, ୬୨ ହଜାର ସଂକ୍ରମିତ

ନୂଆଦିଲ୍ଲୀ: କରୋନା ଭୂତାଣୁ ଯୋଗୁ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶର ୧୦୦୭ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିବାବେଳେ ୬୨ ହଜାର ୬୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୋମବାର ସୁଦ୍ଧା ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪୪ ହଜାର ୩୮୬କୁ ବୃଦ୍ଧି ପାଇଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୨୨ ଲକ୍ଷ ୧୫ ହଜାର ୭୪ରେ ପହଞ୍ଚିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି।

ବର୍ତ୍ତମାନ ଦେଶରେ ୬ ଲକ୍ଷ ୩୪ ହଜାର ୯୪୫ ସକ୍ରିୟ ରୋଗୀ ଥିବାବେଳେ ୧୫ ଲକ୍ଷ ୩୫ ହଜାର ୭୪୩ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହାର ୱେବ୍‌ସାଇଟ୍‌ରେ ଦର୍ଶାଯାଇଛି।

Comments are closed.