ପ୍ରତିଦିନ ରେକର୍ଡ ଭାଙ୍ଗୁଛି କରୋନା; ୨୪ ଘଣ୍ଟାରେ ୨.୭୩ ଲକ୍ଷ ସଂକ୍ରମିତ, ୧୬୧୯ ମୃତ

ନୂଆଦିଲ୍ଲୀ: କରୋନା ମହାମାରୀ ଦିନକୁ ଦିନ ଅଧିକ ଘାତକ ହେବାରେ ଲାଗିଛି। ଦୈନିକ ସଂକ୍ରମଣ ହୁ ହୁ ହୋଇ ବଢ଼ିଚାଲିବା ସହିତ ପୁରୁଣା ରେକର୍ଡ ଭାଙ୍ଗିଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୭୩ ହଜାର ୮୧୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଦିନକରେ ଆଉ ୧୬୧୯ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି।

ଶନିବାର ତଥ୍ୟକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫୦ ଲକ୍ଷ ୬୧ ହଜାର ୯୧୯କୁ ବୃଦ୍ଧି ପାଇଛି। ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭ ହଜାର ୭୬୯ରେ ପହଞ୍ଚିଛି। ଦେଶରେ ଏବେ ୧ଲକ୍ଷ ୯ ହଜାର ୩୨୯ ସକ୍ରିୟ ରୋଗୀ ରହିଥିବାବେଳେ ୧ କୋଟି ୨ ଲକ୍ଷ ୫୩ ହଜାର ୮୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଅନ୍ୟପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ୧ କୋଟି ୩୮ ଲକ୍ଷ ୫୨ ହଜାର ୫୬୬ ଜଣଙ୍କୁ କରୋନା ଟିକା ଦିଆଯାଇ ସାରିଛି। ଗତ କାଲି ୧୨ ଲକ୍ଷ ୩୦ ହଜାର ଜଣଙ୍କୁ ଟିକା ପ୍ରଦାନ କରାଯାଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି।

Comments are closed.