ମୁଲାୟମଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟି (ଏସ୍‌ପି)ର ପ୍ରତିଷ୍ଠାତା ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଛି। ତାଙ୍କୁ ଏବେ ମେଦାନ୍ତ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗତ କିଛିଦିନ ହେଲା ସେ ଏହି ହସ୍ପିଟାଲରେ ଚିକିତ୍ସିତ ହୋଇ ଆସୁଥିଲେ। ମାତ୍ର ରବିବାର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି। ସେ ଶ୍ବାସକ୍ରିୟାରେ କଷ୍ଟ ଅନୁଭବ କରୁଛନ୍ତି। ଇଣ୍ଟରନାଲ ମେଡିସିନ୍ ବିଶେଷଜ୍ଞ ଡାକ୍ତର ସୁଶୀଲା କଟାରିୟାଙ୍କ ନେତୃତ୍ବ ଡାକ୍ତରୀ ଦଳ ତତ୍ତ୍ବାବଧାନରେ ସେ ଅଛନ୍ତି। ଡାକ୍ତରଖାନାର କହିବା ଅନୁଯାୟୀ ମୁଲାୟମଙ୍କ ମୁତ୍ରାଶ୍ରୟ ସଂକ୍ରମଣ ହୋଇଛି। ମୁଲାୟମଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଖବର ଶୁଣି ପୁତ୍ର ଅଖିଳେଶ ଯାଦବ ବୋହୂ ଡିମ୍ପଲ ହସ୍ପିଟାଲରେ ପହଞ୍ଚିଛନ୍ତି। ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ, କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ପ୍ରମୁଖ୍ୟ ମୁଲାୟମଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଉଦ୍‌ବେଗ ପ୍ରକାଶ କରିବା ସହିତ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Comments are closed.