ରାଜଭବନରେ ଶପଥ ନେଲେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଡକ୍ଟର ଏସ୍‌ ମୁରଲୀଧର

କଟକ: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ଡକ୍ଟର ଏସ୍‌ ମୁରଲୀଧର ସୋମବାର ଶପଥ ଗ୍ରହଣ କରିଛନ୍ତି। ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଜଷ୍ଟିସ୍ ମୁରଲୀଧରଙ୍କୁ ପଦ ଓ ଗୋପନୀୟତାର ଶପଥପାଠ  କରାଇଛନ୍ତି। ଶପଥ ଉତ୍ସବରେ ଆଇନ ମନ୍ତ୍ରୀ, ବିରେଧୀ ଦଳର ନେତା, ମୁଖ୍ୟ ଶାସନ ସଚିବ ଓ ପୁଲିସ ମହାନିର୍ଦ୍ଦଶକ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଯେ, ସୁପ୍ରିମକୋର୍ଟ କଲିଜିୟମ୍‌ ଡିସେମ୍ବର ୧୪ ତାରିଖରେ ଜଷ୍ଟିସ ମୁରଲୀଧର, ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ମହମ୍ମଦ ରଫିକ୍‌ଙ୍କ ସମେତ ୪ ମୁଖ୍ୟ ବିଚାରପତି ଓ ୫ ଜଣ ବିଚାରପତିଙ୍କ ବଦଳି ଏବଂ ନିଯୁକ୍ତି ନେଇ ସୁପାରିସ କରିଥିଲେ। ଏ ସଂକ୍ରାନ୍ତ ବିଜ୍ଞପ୍ତି ୧୬ତାରିଖରେ ପ୍ରକାଶ ପାଇଥିଲା।

Comments are closed.