ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ସମର୍ପଣ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲା ପାଟକୁରା ଅଞ୍ଚଳରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀକୁ ହତ୍ୟା କରି ସ୍ୱାମୀ ଥାନାରେ ଆତ୍ମ ସମର୍ପଣ କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ପାଟକୁରା ଅଞ୍ଚଳର ଜଣେ ବ୍ୟକ୍ତି ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ନିଜ କ୍ରୋଧରୁ ନିୟନ୍ତ୍ରଣ ହରାଇ ଅଭିଯୁକ୍ତ ଜଣକ ନିଜ ସ୍ତ୍ରୀକୁ ହତ୍ୟା କରିଥିଲା। ହତ୍ୟା କରିବା ପରେ ଅଭିଯୁକ୍ତ ସ୍ୱାମୀ ପାଟକୁରା ଥାନାରେ ଆତ୍ମ ସମର୍ପଣ କରିଥିବା ଜଣାପଡ଼ିଛି। ପୁଲିସ ଓ ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comments are closed.