ଛାତ୍ରଙ୍କୁ ହତ୍ୟା ଅଭିଯୋଗ

0

ଗଞ୍ଜାମ: ଜଣେ ଛାତ୍ରଙ୍କୁ ସଂଘବଦ୍ଧ ଆକ୍ରମଣରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା ଧରାକୋଟ ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି। ମୃତ ଛାତ୍ର ଜଣକ ହେଉଛନ୍ତି ଚିଲି ଗୌଡ। ସେ ଜଣେ ଆଇଆଇଟି ଛାତ୍ର ଥିଲେ।
ଚିଲି ଛେଳି ଚରାଇବାକୁ ଯାଇଥିବା ବେଳେ କିଛି ଯୁବକତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଆସିକା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ପରିବାର ଲୋକ ଥାନାରେ ଅଭିଯୋଗ କରିଛନ୍ତି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ହୋଇଥିବା ପୁଲିସ ସନ୍ଦେହ କରୁଛି।

Leave A Reply