ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ

0

ମୋହନା : ମୋହନା ଥାନା କିଡ଼ାସିଂ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ ସ୍ୱାମୀ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, କୌଣସି କାରଣକୁ ନେଇ କିଛି ଦିନ ଧରି ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ କଳହ ଲାଗି ରହୁଥିଲା। ଏହାକୁ ନେଇ ଅଭିଯୁକ୍ତ ସ୍ୱାମୀ ସ୍ତ୍ରୀକୁ ମାରିବା ପାଇଁ ଦୀର୍ଘ ଦିନ ଧରି ଯୋଜନା କରୁଥିଲା।
ସୋମବାର ସକାଳେ ଏହାର ସୁଯୋଗ ପାଇଁ ସେ ନିଜ ସ୍ତ୍ରୀକୁ ଟାଙ୍ଗିଆରେ ଆକ୍ରମଣ କରିଥିଲା। ଫଳରେ ଘଟଣାସ୍ଥଳରେ ହିଁ ମହିଳା ପ୍ରାଣ ହରାଇଥିଲେ। ଅଭିଯୁକ୍ତ ସ୍ୱାମୀକୁ ପୁଲିସ ଅଟକ ରଖି ତଦନ୍ତ ଆରମ୍ଭ କରିଛି।

Leave A Reply