ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ପିସିସି ସଭାପତିଙ୍କ ଶୋକ

ଭୁବନେଶ୍ୱର: ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ଧର୍ମପତ୍ନୀ ଶ୍ରୀମତୀ ସୁଶିଳା ଦେବୀଙ୍କ ଅକାଳ ବିୟୋଗରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଛନ୍ତି। ଶ୍ରୀ ପଟ୍ଟନାୟକ ଏକ ଶୋକବାର୍ତାରେ କହିଛନ୍ତି ଯେ ସୁଶୀଳା ଦେବୀଙ୍କ ପରଲୋକ ଅତ୍ୟନ୍ତ ଦୁଃଖଦାୟକ। ସ୍ୱର୍ଗତା ସୁଶୀଳା ଦେବୀ ଜଣେ ବନ୍ଧୁବତ୍ସଳ, ମ୍ରିଭାଷୀ, ପରୋପକାରୀ ଓ ଧର୍ମପରାୟଣା ମହିଳା ଥିଲେ। ତାଙ୍କ ବିୟୋଗରେ ସାରା ଓଡିଶାରେ ଶୋକର ଛାୟା ଖେଳିଯାଇଛି। ପ୍ରଭୁ ଜଗନ୍ନାଥଙ୍କ ନିକଟରେ ତାଙ୍କ ଅମର ଆତ୍ମାର ସଦ୍‍ଗତି କାମନା କରିବା ସହିତ ଏହି ଦୁଃଖଦ ସମୟରେ ତାଙ୍କ ପରିବାରକୁ ସାହାସ ଓ ଧୈର୍ଯ୍ୟ ପ୍ରଦାନ କରନ୍ତୁ ବୋଲି ଶ୍ରୀ ପଟ୍ଟନାୟକ ପ୍ରାର୍ଥନା କରିଛନ୍ତି।

Comments are closed.