ବିଧାନସଭା ପରିସରରେ ନବକୃଷ୍ଣ ଚୌଧୁରୀଙ୍କ ଶ୍ରାଦ୍ଧଦିବସ ପାଳିତ

ଭୁବନେଶ୍ୱର : ଓଡ଼ିଶା ବିଧାନସଭା ପରସରରେ ଆଜି ସ୍ୱର୍ଗତଃ ନବକୃଷ୍ଣ ଚୌଧୁରୀଙ୍କ ୩୬ତମ ଶ୍ରାଦ୍ଧଦିବସ ପାଳିତ ହୋଇଯାଇଛି । ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ବିଧାନସଭା ପ୍ରାଙ୍ଗଣରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବୀଣ ରାଜନୀତିଜ୍ଞ ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

ଉପବାଚସ୍ପତି ଶ୍ରୀ ରଜନୀ କାନ୍ତ ସିଂହ, ସରକାର ଦଳ ପୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, ବିଧାୟକ
ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି ଓ ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ ପ୍ରପୁଖ ପଧ୍ୟ ବିପ୍ଳବୀ ଜନନାୟକ
ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

Comments are closed.