ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ, ୨ ମୃତ

ନବରଙ୍ଗପୁର : ପାପଡାହାଣ୍ଡିର ମୃଗ ବିହାର ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି। ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନାମିଳିଛି। ମିଳିଥିବା ସୂଚନା ଅନୁସାରେ ଜୟପୁରରୁ ଚନ୍ଦାହାଣ୍ଡି ଯାଉଥିବା ‘ଜେକେ’ ବସଟି ପାପଡାହାଣ୍ଡି ମୃଗବିହାର ନିକଟରେ ଏକ ଗାଈ ହଠାତ୍ ରାସ୍ତା ଉପରକୁ ଚାଲିଆସିଥିଲା। ଯାହା ଫଳରେ ବସଟି ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡିଥିଲା। ବସଟି ଓଲଟି ପଡିବା ଫଳରେ ତଳେ ଚାପି ହୋଇ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ଏବଂ ଓଡ୍ରାଫ ଟିମ୍ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଉଦ୍ଧାର ପରେ ସମସ୍ତ ଯାତ୍ରୀଙ୍କୁ ନବରଙ୍ଗପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Comments are closed.