ନବରଙ୍ଗପୁରରେ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ

ନବରଙ୍ଗପୁର: ଜାତିର ପିତା ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ନବରଙ୍ଗପୁର ଜିଲ୍ଲା ପ୍ରଶାସନ ତରଫରୁ ପାଳିତ ହୋଇଯାଇଛି। ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ଓ ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାମ ଧୁନ୍ ପରିବେଷଣ କରାଯାଇଥିଲା। ପରେ ମହାତ୍ମା ଗାନ୍ଧୀ ଓ ଶାସ୍ତ୍ରୀ ଜିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବରେ ରମାକାନ୍ତ ନାୟକ( ପ୍ରକଳ୍ପ ନିର୍ଦ୍ଦେଶକ), ସମ୍ମାନିତ ଅତିଥି ଭାବରେ ଉପ ଜିଲ୍ଲାପାଳ ଭାସ୍କର ରଇତ,  ସୂଚନା ଓ ଲୋକସଂପର୍କ ଅଧିକାରୀ ହଳଧର ନିଆଲ୍, ଜିଲ୍ଲା କ୍ରୀଡା ତଥା ସଂସ୍କୃତି ଅଧିକାରୀ ମହେନ୍ଦ୍ର କୁମାର ସାହୁ, ନବରଙ୍ଗପୁର ନିର୍ବାହୀ ଅଧିକାରୀ ପୌରପାଳିକା ବିନୟ କୁମାର ପଟେଲ ଯୋଗ ଦେଇ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲବାହାଦୁର ଶାସ୍ତ୍ରୀଜିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।

 

Comments are closed.