ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଆଇନ ସେବା ପ୍ରାଧିକରଣ ଦ୍ଵାରା ଆଜି ଅନଲାଇନ ମାଧ୍ୟମରେ ମାନବ ଚାଲାଣକୁ ନେଇ ଏକ ଆଇନ ସଚେତନତା ଶିବିର ଅନୁଷ୍ଠୀତ ହୋଇଯାଇଛି। ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧକ୍ଷ ତଥା ଜିଲ୍ଲା ଜଜ ଅଶୋକ କୁମାର ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ଆୟୋଜିତ ଏହି ସଚେତନତା କାର୍ଯ୍ୟକ୍ରମକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଅନ୍ନପୂର୍ଣ୍ଣା ନାୟକ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଦଣ୍ଡାଧିକାରୀ ରାଜଶ୍ରୀ ଅରୟବାଲା ତ୍ରିପାଠୀ, ଜିଲ୍ଲା ଶ୍ରମ ଅଧିକାରୀ ନରେନ୍ଦ୍ର ଗୋଇପାଇ, ଜିଲ୍ଲା ଶିଶୁଶୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ, ଆଇନଜୀବି ପାରାଲିଗାଲ, ସ୍ଵେଚ୍ଛାସେବୀ ଓ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ।

ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଅନ୍ନପୂର୍ଣ୍ଣା ନାୟକ ମାନବ ଚାଲାଣର କାରଣ, ମାନବ ଚାଲାଣକୁ କିପରି ରୋକାଯାଇ ପାରିବ ଓ ମାନବ ଚାଲାଣ ପାଇଁ ଥିବା ବିଭିନ୍ନ ଆଇନ ବିଷୟରେ ଆଲୋକପାତ କରିଥିଲେ। ଜିଲ୍ଲା ଶ୍ରମ ଅଧିକାରୀ ଶ୍ରମିକମାନଙ୍କ ପାଇଁ ଥିବା ବିଭିନ୍ନ ଆଇନ ଓ ଶିଶୁମାନଙ୍କୁ କିପରି ଚାଲାଣରୁ ରକ୍ଷା ପାଇବେ ସେ ବିଷୟରେ ଆଲୋଚନା କରିଥିଲେ। ପରିଶେଷରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଅନ୍ନପୂର୍ଣ୍ଣା ନାୟକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମ ନବରଙ୍ଗପୁର ଜିଲ୍ଲା ଆଇନ ସେବା ପ୍ରାଧିକରଣ ଦ୍ଵାରା ପରିଚାଳନା କରାଯାଇଥିଲା।

Comments are closed.