ନବରଙ୍ଗପୁରରେ ୧୨ ଘଣ୍ଟିଆ ବନ୍ଦ ପାଳନ

ନବରଙ୍ଗପୁର : ଗୁରୁବାର ନବରଙ୍ଗପୁର ଜିଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। କୋଷାଗୁମୁଡ଼ଧା ଥାନା ଅଞ୍ଚଳରେ ନାବାଳିକା ଗଣଦୁଷ୍କର୍ମ ଓ ହତ୍ୟା ପ୍ରତିବାଦରେ ଜିଲା କଂଗ୍ରେସ ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି। ୧୪ ତାରିଖରେ ଏହି ଘଟଣା ଘଟିଥିଲେ ମଧ୍ୟ ପୁଲିସ କୌଣସି ଅଭିଯୁକ୍ତକୁ ଗିରଫ କରିନଥିବାରୁ , ଏହାର ପ୍ରତିବାଦରେ ବନ୍ଦ ପାଳନ ହେଉଛି। ବନ୍ଦ ପ୍ରଭାବରେ ଜିଲାରେ ଦୋକାନ ବଜାର ଓ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି।

Comments are closed.