ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ନୋଡାଲ ବୈଠକ ଅନୁଷ୍ଠିତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ନୋଡାଲ ବୈଠକ ଜିଲ୍ଲାପାଳଙ୍କ ଅଶୋକ ମେହେଟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସେ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଥିଲେ। ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ଅଧୀନରେରେ ଥିବା ଜମି ଜମା ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ନିମନ୍ତେ ଜିଲ୍ଲାର ସମସ୍ତ ତହସିଲଦାରମାନଙ୍କ ସହ ଆସନ୍ତା କାଲି ସୁଦ୍ଧା ଆଲୋଚନା କରାଯାଇ ସମସ୍ୟାର ସମାଧାନ ପାଇଁ ଅତିରିକ୍ତ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଥିଲେ। ନବରଙ୍ଗପୁର ଜିଲ୍ଲା ଦେଇ ଯାଉଥିବା ଭାରତ ମାଳା ପ୍ରକଳ୍ପ ସକାଶେ ଜମି ଅଧିଗ୍ରହଣର ସମୀକ୍ଷା କରାଯାଇଥିଲା। ତତ ସହିତ ନବରଙ୍ଗପୁର ଜିଲ୍ଲାର ପ୍ରସ୍ତାବିତ ରେଳ ଲାଇନର ଭୁଅଧିଗ୍ରହଣ ବିଷୟରେ ମଧ୍ୟ ଆଲୋଚନା ହୋଇଥିଲା।

ଏହି ବୈଠକରେ ନୋଡାଲ ଅଧିକାରୀ, ପିଡି ଡିଆରଡିଏ, ରତ୍ନାକର ସାହୁ, ଅତିରିକ୍ତ ଜିଲ୍ଲାପାଳ, ଭାସ୍କର ରଇତ, ସମନ୍ୱିତ ଆଦିବାସି ଉନ୍ନୟନ ପ୍ରକଳ୍ପ ପ୍ରଶାସକ, ଅଭୀମନ୍ୟୁ ମାଝୀ,ଜିଲ୍ଲା ଜରୁରୀ କାଳୀନ ଅଧିକାରୀ, ମୌସୁମୀ ନାୟକ ଅତିରିକ୍ତ ପିଡ଼ି ଡ଼ି ଆର ଡ଼ି ଏ, ଦେବୀ ପ୍ରସାଦ ଟାଲି, ଜିଲ୍ଲା ନିୟୋଜନ ଅଧିକାରୀ, ତତ୍ତ୍ୱମସି ମହାପାତ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ, ସ୍ମୃତି ରଞ୍ଜନ ସାମନ୍ତରାୟ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ସୁଧାଂଶୁ ପାତ୍ର, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ସ୍ବର୍ଣ୍ଣଲତା ବିଶ୍ୱାସ, ଅଧୀକ୍ଷଣ ଯନ୍ତ୍ରୀ, ରାସ୍ତା ଓ ଗୃହ ନିର୍ମାଣ, ପ୍ରଫୁଲ୍ଲ କୁମାର ମିଶ୍ର, ସୁଦାମ ଚରଣ ମହାପାତ୍ର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ହଳଧର ନିହାଲ, ଜିଲ୍ଲା ଶିକ୍ଷା ଅଧିକାରୀ, ପ୍ରଦୀପ କୁମାର ନାଗ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଶୁଭେନ୍ଦୁ ନାୟକ, ଉପ ନିର୍ଦ୍ଦେଶକ, ଉଦ୍ୟାନ ବିଭାଗ ଡ଼ଃ ପ୍ରଦୋଷ ପଣ୍ଡା, ଜିଲ୍ଲା ମସ୍ୟ ଅଧିକାରୀ ଜି. ଜଗଦୀଶ ରାଓ ଏବଂ ପ୍ରକଳ୍ପ ନିର୍ଦ୍ଦେଶକ, ଜଳ ଛାୟା ପ୍ରକଳ୍ପ, ଲଷ୍ମୀଧର ଜେନା ପ୍ରମୁଖ ଯୋଗ ଦେଇଥିଲେ।

Comments are closed.