ଜୟନ୍ତି ଅବସରରେ ଡ. କଲାମଙ୍କୁ ଶ୍ରଦ୍ଧାଂଜଳି ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପୂର୍ବତନ ରାଷ୍ଟ୍ରପତି  ତଥା ଦେଶର ପ୍ରଖ୍ୟାତ ବୈଜ୍ଞାନିକ ଡ. ଏପିଜେ ଅବଦୁଲ କଲାମଙ୍କ ଜୟନ୍ତି ଅବସରରେ ତାଙ୍କ ସ୍ମୃତି ପ୍ରତି ଦେଶ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ଏହି ଅବସରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ପୂର୍ବତନ ରାଷ୍ଟ୍ରପତି ତଥା ମିସାଇଲ ମ୍ୟାନ ଭାବେ ପରିଚିତ ଡ. ଏପିଜେ ଅବଦୁଲ କଲାମଙ୍କ ଜୟନ୍ତୀରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଟ୍ୱିଟ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ସେହିପରି  ପୂର୍ବତନ ରାଷ୍ଟ୍ରପତି ଡ. ଏପିଜେ ଅବଦୁଲ କଲାମଙ୍କୁ ତାଙ୍କର ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେ ଟ୍ୱିଟ କରି କହିଛନ୍ତି ଯେ ପୂର୍ବତନ ରାଷ୍ଟ୍ରପତି ଡ. ଏପିଜେ ଅବଦୁଲ କଲାମଙ୍କୁ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି। ସେ ଭାରତର ମହାକାଶ ଓ କ୍ଷେପଣାସ୍ତ୍ର କାର୍ଯ୍ୟକ୍ରମରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେବା ସହ ସେ ଦେଶର ଜଣେ ବଡ ବୈଜ୍ଞାନିକ ଥିଲେ।

Comments are closed.