କୋଭିଡ୍‍ ଆରୋଗ୍ୟ ହାର ୯୫.୨୧ ପ୍ରତିଶତ : ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର

ନୂଆଦିଲ୍ଲୀ : ଦେଶରେ କୋଭିଡ୍‍ ଆରୋଗ୍ୟ ହାର ୯୫.୨୧ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୩ ହଜାର ୮୧୩ ଜଣ କୋଭିଡ୍‍ ସଂକ୍ରମିତ ଆରୋଗ୍ୟ ଲାଭ କରିବା ସହ ମୋଟ୍‍ ଆରୋଗ୍ୟଙ୍କ ସଂଖ୍ୟା ୯୪ ଲକ୍ଷ ୫୬ ହଜାର ୪୪୯କୁ ବୃଦ୍ଧି ପାଇଛି।

ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୬ ହଜାର ୩୮୨ ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ଦେଶରେ ମୋଟ୍‍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯ ଲକ୍ଷ ୩୨ ହଜାର ୫୪୮ରେ ପହଞ୍ଚିଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି, ଗତ ୨୪ ଘଣ୍ଟା ମଧ୍ୟରେ ୩୮୭ ଜଣଙ୍କର ମୃତ୍ୟୁ ଘଟିବା ସହ ଦେଶରେ କରୋନାଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୪୪ ହଜାର ୯୬ରେ ପହଞ୍ଚିଛି। ଦେଶରେ ଚିକିତ୍ସିତ ହେଉଥିବା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ରହିଛି।

Comments are closed.