ଗଣତନ୍ତ୍ରରେ ନିଜର ପୂର୍ଣ୍ଣ ଆସ୍ଥା ରଖି ଗଣତାନ୍ତ୍ରିକ ପରମ୍ପରାର ମର୍ଯ୍ୟାଦା ବଜାୟ ରଖିବା ଦରକାର

ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦେଶାଳୟରେ ଜାତୀୟ ଭୋଟର ଦିବସ ପାଳିତ

ଭୁବନେଶ୍ୱର: ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦେଶାଳୟରେ ଜାତୀୟ ଭୋଟର ଦିବସ ପାଳିତ ହୋଇଯାଇଛି। ସୂଚନା ଓ ଲୋକ ସମ୍ପର୍କ ନିର୍ଦେଶକ କୃପାସିନ୍ଧୁ ମିଶ୍ର ଏହି କାର୍ଯ୍ୟକ୍ରମରେ ଯୋଗଦେଇ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କୁ ସଂକଳ୍ପ ପାଠ କରାଇଥିଲେ।

 

ଭାରତର ନାଗରିକଭାବେ ଆମେ ଗଣତନ୍ତ୍ରରେ ନିଜର ପୂର୍ଣ୍ଣ ଆସ୍ଥା ରଖି ଗଣତାନ୍ତ୍ରିକ ପରମ୍ପରାର ମର୍ଯ୍ୟାଦା ବଜାୟ ରଖିବା ଦରକାର। ମୁକ୍ତ, ଅବାଧ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନର ଗରିମାକୁ ଅକ୍ଷୁଣ୍ଣ ରଖି ନିର୍ଭିକ ହୋଇ ଜାତି, ଧର୍ମ, ବର୍ଣ୍ଣ, ଗୋଷ୍ଠୀ, ଭାଷା ଅଥବା ଅନ୍ୟ କୌଣସି ପ୍ରଲୋଭନରେ ପ୍ରଭାବିତ ନ ହୋଇ ପ୍ରତ୍ୟେକ ନିର୍ବାଚନରେ ନିଜର ମତାଧିକାର ସାବସ୍ତ୍ୟ କରିବାକୁ ନିର୍ଦେଶକ ଶ୍ରୀ ମିଶ୍ର ସମସ୍ତଙ୍କୁ ଶପଥପାଠ କରାଇଥିଲେ। କାର୍ଯ୍ୟକ୍ରମରେ ଯୁଗ୍ମ ନିର୍ଦ୍ଦେଶକ ଡ.ପ୍ରମୋଦ କୁମାର ମଲ୍ଲିକ, ଉପସଚିବ ବିଷ୍ଣୁପ୍ରିୟା ସାହୁ, ବିଭାଗର ବରିଷ୍ଠ ପଦାଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।

Comments are closed.