ବିଜେପୁର ଛାଡିଲେ ନବୀନ

ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ବିଧାନସଭା ଆସନରୁ ଇସ୍ତଫା ଦେଇଛନ୍ତି । ଚଳିତ ଥର ୨ଟି ବିଧାନସଭା ଆସନରୁ ଜିତିଥିବା ମୁଖ୍ୟମନ୍ତ୍ରୀ ହିଞ୍ଜିଳି ଆସନ ରଖି ବିଜେପୁର ଆସନ ଛାଡିଛନ୍ତି । ରବିବାର ସେ ନିଜର ଇସ୍ତଫା ପତ୍ର ବାଚସ୍ପତିଙ୍କ ନିକଟକୁ ପଠାଇ ଦେଇଛନ୍ତି । ବାଚସ୍ପତି ତାଙ୍କ ଇସ୍ତଫା ପତ୍ରକୁ ଗ୍ରହଣ କରିଛନ୍ତି ।

ଏହା ସହିତ ବିଜେପୁରବାସୀଙ୍କୁ ସେମାନଙ୍କ ଭଲପାଇବା ଓ ସମର୍ଥନ ଦେଇଥିବାରୁ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜଣାଇଛନ୍ତି । ସୂଚନାଯୋଗ୍ୟ ଚଳିତ ନିର୍ବାଚନରେ ପ୍ରଥମ ଥର ପାଇଁ ନବୀନ ୨ଟି ବିଧାନସଭା ଆସନରୁ ଲଢ଼ି ବିଜୟୀ ହୋଇଥିଲେ । ତେବେ ବିଜେପୁର ପାଇଁ ୨ ଦିନ ତଳେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଥିଲେ।

Comments are closed.