ବିଦେଶାଗତ ବାଲୁକାଶିଳ୍ପୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : କୋଣାର୍କ ଉତ୍ସବ ଅବସରରେ ଚନ୍ଦ୍ରଭାଗା ବେଳାଭୂମିରେ ଆୟୋଜିତ ହୋଇଛି ବାଲୁକାକଳା ଉତ୍ସବ । ଏହି କାର୍ଯ୍ୟକ୍ରମରେ ଭାଗ ନେବାକୁ ଆସିଥିବା ବେଦେଶୀ ବାଲୁକାଶିଳ୍ପୀ ମାନଙ୍କୁ ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। ଆମେରିକା, କାନାଡା, ରୁଷିୟା, ଆୟର୍ଲାଣ୍ଡ, ଡେନମାର୍କ ଓ ଟୋଗୋର ୬ଜଣ ଶିଳ୍ପୀ ଏହି ଉତ୍ସବରେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଅତିଥି ଶିଳ୍ପୀ ମାନଙ୍କୁ ଅଭିନ୍ଦନ ଜଣାଇବା ସହ ଓଡ଼ିଶାର କଳା  ପରମ୍ପରା ଉପରେ ସେମାନଙ୍କୁ ଅବଗତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଓଟିଡିସିର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରମର୍ଶଦାତା ଶ୍ରୀ ଆର ବାଲକ୍ରିଷ୍ଣନ ଏବଂ ପର୍ଯ୍ୟଟନ ବିଭାଗର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Comments are closed.