ବାତ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ଏକ ବର୍ଷର ଦରମା ଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଅତି ଭୀଷଣ ସାମୁଦ୍ରିକ ଝଡ ଫନିର ପ୍ରଭାବରେ ରାଜ୍ୟରେ ବ୍ୟାପକ କ୍ଷୟକ୍ଷତି ଘଟିଛି । ରାଜ୍ୟ ସରକାର ରିଲିଫ୍, ଉଦ୍ଧାର, ଥଇଥାନ ଓ ପୁନଃ ନିର୍ମାଣ କାର୍ଯ୍ୟ ଜାରି ରଖିଛନ୍ତି। ସୋମବାର ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତିକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଏକ ବର୍ଷର ଦରମା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଦାନ କରିଛନ୍ତି । ରାଜ୍ୟର ବାତ୍ୟା କ୍ଷତିଗ୍ରସ୍ତ ଲୋକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଏହି ଦାନ କରିଛନ୍ତି।

ପୂର୍ବରୁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ପୁରୀ, ଖୋର୍ଦ୍ଧା, କଟକ, ଜଗତ୍‍ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଆଦି ଜିଲ୍ଲାର ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳକୁ ଆକାଶମାର୍ଗରୁ ପରିଦର୍ଶନ କରିଥିଲେ । ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି।

Comments are closed.