ବସ୍‍ ଓ ଗ୍ୟାସ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ; ୧ ମୃତ,୨୦ ଆହତ

ନୟାଗଡ : ଆଜି ନୟାଗଡରେ ବସ୍‍ ଓ ଗ୍ୟାସ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହୋଇଛି। ଦଶପଲ୍ଲା ଥାନା ଟାକରା ଘାଟିରେ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ମୃତକ ଜଣକ ଟ୍ୟାଙ୍କର ଚାଳକ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ବସ ଚାଳକ ଜଣଙ୍କ ଚାପି ହୋଇ ରହିଥିବା ବେଳେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରିବା ପରେ ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତ ଯାତ୍ରୀଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ଗୁରୁତର ରହିଛି। ସଭିଁଙ୍କୁ ଉଦ୍ଧାର କରାଯାଇ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ଅନ୍ୟ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ସହ ତଦନ୍ତ ଆରମ୍ଭ କରିଛନ୍ତି। ବସରେ ପ୍ରାୟ ୬୦ ଯାତ୍ରୀ ଯାତ୍ରା କରୁଥିବା ବେଳେ ବସଟି କଣ୍ଟାମାଳରୁ ଜଟଣୀ ଅଭିମୁଖେ ଯାଉଥିଲା।

Comments are closed.