ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳନ

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ସହର ସ୍ଥିତ ନେତାଜୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଏଥିରେ ମୁଖ୍ୟ ଅଥିତି ଭାବରେ ଉପ ଜିଲ୍ଲାପାଳ ନବରଙ୍ଗପୁର  ଭାସ୍କର ରଇତ ଯୋଗଦେଇ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରର୍ତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ। ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ହଳଧର ନିଆଲ, ସୂଚନା ଓ ଲୋକସଂପର୍କ ବିଭାଗର କର୍ମଚାରୀ ରାଜେନ୍ଦ୍ର କୁମାର ମାଝୀ, ନୀଳକଣ୍ଠ ନାଏକ, ନବରଙ୍ଗପୁର ପୌରପାଳକାର ଜ୍ୟୋତି ପରିଚ୍ଛା ଓ ପୌରପାଳିକାର କର୍ମଚାରୀ, ସହରର ବରିଷ୍ଟ ନାଗରିକ ପ୍ରମୁଖ ଯୋଗଦେଇ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।

Comments
Loading...