www.samajalive.in
Sunday, December 7, 2025
26.1 C
Bhubaneswar

ବିଶିଷ୍ଟ ସ୍ନାୟୁରୋଗ ବିଶେଷଜ୍ଞ ଡାକ୍ତର ସନାତନ ରଥଙ୍କ ପରଲୋକ

ସମାଜ ପୋର୍ଟାଲ ଡେସ୍କ: ବିଶିଷ୍ଟ ସ୍ନାୟୁରୋଗ ବିଶେଷଜ୍ଞ ଡାକ୍ତର ସନାତନ ରଥଙ୍କର ଆଜି କଟକସ୍ଥିତ ବାସଭବନରେ ୮୬ ବର୍ଷ ବୟସରେ ପରଲୋକ ଘଟିଛି। ଡାକ୍ତର ରଥ ଦୀର୍ଘଦିନ ହେବ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ। ଉନ୍ନତ ଚିକିତ୍ସା ପାଇଁ ସାରା ଦେଶରେ କ୍ଷତି ଅର୍ଜନ କରିଥିବା ଡାକ୍ତର ରଥ ଜଣେ ବିଶିଷ୍ଟ ସମାଜସେବୀ ଭାବେ ମଧ୍ୟ ଜଣାଶୁଣା। ମଧ୍ୟ ତାଙ୍କର ଯଥେଷ୍ଟ ଖ୍ୟାତି ରହିଛି।

ଡାକ୍ତର ରଥ ୧୯୩୪ ମସିହା ଜୁଲାଇ ୨୫ରେ ଜନ୍ମ ଗ୍ରହଣ କରିଥିଲେ। ୧୯୫୭ରେ ଉତ୍କଳ ବିଶ୍ବବିଦ୍ୟାଳୟରୁ ଏମ୍‌ବିବିଏସ୍‌ ଡିଗ୍ରୀ ହାସଲ କରିବା ପରେ ସେ ୧୯୬୨ରେ ପାଟ୍‌ନା ବିଶ୍ବବିଦ୍ୟାଳୟର ସର୍ଜରି ବିଭାଗରୁ ସ୍ନାତକୋତ୍ତର ଶିକ୍ଷା ଲାଭ କରିଥିଲେ। ୧୯୬୫ରେ ସେ ଭେଲୋର୍‌ ମେଡିକା‌ଲ୍‌ କଲେଜ୍‌ରୁ ନ୍ୟୁରୋସର୍ଜରିରେ ସ୍ନାତକୋତ୍ତର ଶିକ୍ଷା ଶେଷ କରିବା ପରେ ଡାକ୍ତର ରଥ ସେହି ବର୍ଷ କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ୍‌ କଲେଜରେ ସହକାରୀ ପ୍ରଫେସର୍‌ ଭାବେ ଯୋଗ ଦେଇଥିଲେ। ୧୯୭୦ରେ ସେ ବିଭାଗୀୟ ମୁଖ୍ୟ ହେବ ପରେ ୧୯୯୧ରେ ଡିଏମ୍‌ଇଟିର ନିର୍ଦ୍ଦେଶକ ଭାବେ ଅବସର ଗ୍ରହଣ କରିଥିଲେ। କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ୍‌ କଲେଜରେ ଡାକ୍ତର ରଥ ପ୍ରଥମେ ନ୍ୟୁରୋଲୋଜି ଓ ନ୍ୟୁରୋ ସର୍ଜରୀ ବିଭାଗର ମିଳିତ ୟୁନିଟ ଆରମ୍ଭ କରିଥିଲେ। ଚିକିତ୍ସା କ୍ଷେତ୍ରରେ ଅତୁଳନୀୟ କାର୍ଯ୍ୟ ପାଇଁ ତାଙ୍କୁ ୨୦୦୯ରେ ଲାଇଫ ଟାଇମ ଆଚିଭମେଣ୍ଟ ପୁରସ୍କାରରେ ସମ୍ମାନିତ କରାଯାଇଥିଲା।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories