ଦିନକରେ ରାଜ୍ୟରେ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ ; ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୨୦୨୯କୁ ବୃଦ୍ଧି

ଭୁବନେଶ୍ୱର: ଓଡ଼ିଶାରେ କରୋନା ସଂକ୍ରମିତଙ୍କ ମଧ୍ୟରୁ ଗତ ୨୪ ଘଣ୍ଟାରେ ୧୨ ଜଣଙ୍କର ପ୍ରାଣହାନି ଘଟିଛି। ଖୋର୍ଦ୍ଧାରୁ ସର୍ବାଧିକ ୪ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଏହି ସମୟ ମଧ୍ୟରେ ପୁରୀ ଓ ରାୟଗଡାରୁ ଦୁଇଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ଅନୁରୂପ ଭାବରେ ଅନୁଗୁଳ, କଟକ, କେନ୍ଦୁଝର ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରାପ୍ତ ସୂଚନାରୁ ଜଣାଯାଇଛି। ଏଥିସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୨୦୨୯କୁ ବୃଦ୍ଧିପାଇଛି। ସଂପ୍ରତି ରାଜ୍ୟରେ କରୋନାର ଦ୍ରୁତ ସଂକ୍ରମଣ ସହିତ ମୃତ୍ୟୁସଂଖ୍ୟା ବୃଦ୍ଧି ସମସ୍ତଙ୍କ ପାଇଁ ଚିନ୍ତାର କାରଣ ହୋଇଛି।

Comments are closed.