ଆଉ ୧୪ କରୋନା ପଜିଟିଭ୍ : ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୨କୁ ବୃଦ୍ଧି

ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା  ପଜିଟିଭ ଚିହ୍ନଟ ହୋଇଛନ୍ତି । ସମସ୍ତ ଆକ୍ରାନ୍ତ ଯାଜପୁର ଜିଲାର ବୋଲି ଜଣାପଡିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୨କୁ ବୃଦ୍ଧି ପାଇଛି । ଗୁରୁବାର ସକାଳେ ଯାଜପୁରରୁ ୩ କରୋନା ପଜିଟିଭ୍​ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ଗୋଟିଏ ଦିନରେ ଯାଜପୁରରୁ ୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ସହ ଯାଜପୁର ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି ।

୧୪୨ସଂକ୍ରମିତଙ୍କ ମଧ୍ୟରୁ ୧୦୨ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାବେଳେ ୩୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଜଣଙ୍କର ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed.