ରାଜ୍ୟରେ ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ, ୬୬୧୪ରେ ପହଞ୍ଚିଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ ଆଉ ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରବିବାର ଚିହ୍ନଟ ୨୬୪ ଜଣଙ୍କ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ୬୧୪ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା କରିଛି। ରବିବାର ଚିହ୍ନଟ ହୋଇଥିବା ୨୬୪ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୪ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଏବଂ ୩୦ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି।


ରବିବାର ଚିହ୍ନଟ ହୋଇଥିବା ୨୬୪ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବଧିକ ୭୬ ଜଣ ରହିଥିବା ବେଳେ ଯାଜପୁରରୁ ୪୧, କେନ୍ଦୁଝରରୁ ୨୫, ବରଗଡରୁ ୧୮, ଖୋର୍ଦ୍ଧାରୁ ୧୫, ଝାରସୁଗୁଡାରୁ ୧୮, ମୟୁରଭଞ୍ଜରୁ ୧୫, ବାଲେଶ୍ବରରୁ ୧୨, କଟକରୁ ୧୨, ଅନୁଗୋଳରୁ ୪, ଜଗତସିଂହପୁରରୁ ୪, ପୁରୀରୁ ୭, ସୁନ୍ଦରଗଡରୁ ୪, ନୟାଗଡରୁ ୨, ମାଲକାନଗିରିରୁ ୨, ବଲାଙ୍ଗୀରରୁ ୨, କୋରାପୁଟ, ଭଦ୍ରକ, କନ୍ଧମାଳ, ନୂଆପଡା, ଗଜପତି, କଳାହାଣ୍ଡି ଓ ସମ୍ବଲପୁର ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨ ଲକ୍ଷ ୫୫ ହଜାର ୮୦୯ଟି ନମୂନା ପରୀକ୍ଷା କରାଯାଇଛି। ଏଥି ମଧ୍ୟରୁ ୬୬୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୬୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୧ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି ଏବଂ ୭ ଜଣ କରୋନା ଆକ୍ରାନ୍ତଙ୍କ ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ୧୯୮୦ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Comments are closed.