ରାଜ୍ୟରେ ଆଉ ୬୭ ପଜିଟିଭ୍ ଚିହ୍ନଟ : ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬କୁ ବୃଦ୍ଧି

କରୋନା ଆକ୍ରାନ୍ତ ଜିଲ୍ଲା ସଂଖ୍ୟା ୨୮କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ରବିବାର ଆଉ ୬୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬କୁ ବୃଦ୍ଧି ପାଇଛି । ନୂଆପଡା ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହେବା ସହ କରୋନା ଆକ୍ରାନ୍ତ ଜିଲ୍ଲା ସଂଖ୍ୟା ୨୮କୁ ବୃଦ୍ଧି ପାଇଛି ।

ଆଜି ଚିହ୍ନଟ ହୋଇଥିବା ୬୭ ଜଣଙ୍କ ମଧ୍ୟରୁ ୬୦ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ, ୪ ଜଣ ହୋମ୍ କ୍ବାରେଣ୍ଟାଇନରୁ ଓ ୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଚିହ୍ନଟ ହୋଇଥିବା ୬୭ ଜଣଙ୍କ ମଧ୍ୟରୁ ପୁରୀରୁ ସର୍ବାଧିକ ୧୬, ନୟାଗଡରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗଞ୍ଜାମ ଓ ବଲାଙ୍ଗୀର ଜିଲ୍ଲାରୁ ୭ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଅନୁଗୋଳରୁ ୬, ସୁନ୍ଦରଗଡ ଓ କଳାହାଣ୍ଡିରୁ ୪ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୩, କଟକ ଓ ମାଲକାନଗିରିରୁ ୨ ଜଣ ଲେଖାଏଁ , ଜଗତସିଂହପୁର, ଢେଙ୍କାନାଳ ଓ ନୂଆପଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥି ସହ ରାଜ୍ୟରେ ମୋଟ ୮୩୨ ଜଣ କରୋନା ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୪୯୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ଏବଂ ମୃତ୍ୟୁ ସଂଖ୍ୟା ୭ରେ ସ୍ଥିର ରହିଛି ।

Comments are closed.