ଦାୟିତ୍ଵ ନେଲେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ରାଜ୍ୟ କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା

ଭୁବନେଶ୍ଵର: ବିଜେପିର ନବନିର୍ବାଚିତ ରାଜ୍ୟ ସଭାପତି ସମୀର ମହାନ୍ତି ଶୁକ୍ରବାର ଦାୟିତ୍ଵ ଗ୍ରହଣ କରିଛନ୍ତି। ଏହି ଅବସରରେ ଭୁବନେଶ୍ଵରସ୍ଥିତ ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ଏ ନେଇ ଦଳ ପକ୍ଷରୁ ଏକ ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହୋଇଥିଲା। ଏଥିରେ ପୂର୍ବତନ ସଭାପତି ବସନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ସାଂସଦ ଅପରାଜିତ ଷଡ଼ଙ୍ଗୀ, ବରିଷ୍ଠ ନେତା କନକ ବର୍ଦ୍ଧନ ସିଂହଦେଓ, ବିଜେପିର ରାଷ୍ଟ୍ରୀୟ ସମ୍ପାଦକ ଅରୁଣ ସିଂହ ପ୍ରମୁଖଙ୍କ ସମେତ ଅନ୍ୟ ବରିଷ୍ଠ ନେତାମାନେ ଉପସ୍ଥିତ ରହି ନୂତନ ସଭାପତିଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

Comments are closed.