ପୋଷାକ ବିତରଣ ଉତ୍ସବ

ଚୌଦ୍ୱାର : ସ୍ଥାନୀୟ ମ୍ୟୁନିସିପାଲ ସରକାରୀ ହାଇସ୍କୁଲରେ ଛାତ୍ରଛାତ୍ରୀଙ୍କୁ ନୂତନ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ପ୍ରଧାନ ଶିକ୍ଷୟତ୍ରୀ ସୁରମା ମହାପାତ୍ରଙ୍କ ପୌରୋହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୁରାତନ ଛାତ୍ର ସଂସଦ ସଭାପତି ଅଶୋକ କୁମାର ନାୟକ, ସମ୍ପାଦକ ଅଶୋକ କୁମାର ପରିଜା, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପଦ୍ମନାଭ ନାୟକ, ପଞ୍ଚାନନ ବେହେରା ପ୍ରମୁଖ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟର ଷଷ୍ଠର ଅଷ୍ଟମ ପର୍ଯ୍ୟନ୍ତ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ନୂତନ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ଶିକ୍ଷୟତ୍ରୀ ରଞ୍ଜିତା ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ।

Comments are closed.