ବଢୁଛି ସଂକ୍ରମଣ : ୨୩୪ ନୂଆ ଆକ୍ରାନ୍ତ ଚିହ୍ନଟ, ଶୀର୍ଷରେ ନୂଆପଡା

ଭୁବନେଶ୍ବର : ରାଜ୍ୟରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଆଜି ୨୩ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ୨୩୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୧୩୯ ଜଣ ଏବଂ ସ୍ଥାନୀୟ ଅଞ୍ଚଳରୁ ୯୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୬୯୪ରେ ପହଞ୍ଚିଛି।

ଆଜି ନୂଆପଡା ଜିଲ୍ଲାରୁ ସର୍ବାଧିକ ୩୩, ଖୋର୍ଦ୍ଧାରୁ ୩୨, କଟକରୁ ୨୯, ବରଗଡ଼ରୁ ୨୪, କଳାହାଣ୍ଡିରୁ ୧୭, ସୁନ୍ଦରଗଡ଼ ଓ ବଲାଙ୍ଗିରରୁ ୧୫ଜଣ ଲେଖାଏଁ ଏବଂ ସମ୍ବଲପୁରରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ୭ଟି ଜିଲ୍ଲାରୁ ଜଣେ ହେଲେ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।


ଗତକାଲି ଆଉ ୭୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେବାପରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୦୯ରେ ପହଞ୍ଚିଛି । ରାଜ୍ୟରେ ୧ ହଜାର ୩୧୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ ଏଯାବତ୍ ୮୯ ଲକ୍ଷ ୨୦ ହଜାର ୪୧୭ଟି ନମୁନା ପରୀକ୍ଷା କରାଯାଇଛି।

Comments are closed.