୬ ବିଶ୍ବବିଦ୍ୟାଳୟର କୁଳପତି ନିଯୁକ୍ତ କଲେ ରାଜ୍ୟପାଳ

ଭୁବନେଶ୍ବର: ରାଜ୍ୟପାଳ ତଥା କୁଳାଧିପତି ଆଜି ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି। ପ୍ରଫେସର ସବିତା ଆଚାର୍ଯ୍ୟ ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି। ଉତ୍ତର ଓଡ଼ିଶା ବିଶ୍ବବିଦ୍ୟାଳୟ କିଶୋର କୁମାର ବାଶାଙ୍କୁ କୁଳପତି ଭାବେ ନିଯୁକ୍ତ ଦିଆଯାଇଛି। ସେହିପରି ରମାଦେବୀ ମହିଳା ବିଶ୍ବବିଦ୍ୟାଳୟ ଅପରାଜିତା ଚୌଧୁରୀ ଓ ଫକୀରମୋହନ ବିଶ୍ବବିଦ୍ୟାଳୟ ଦୀନବନ୍ଧୁ ସାହୁ, ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟ ଏନ୍‌.ନାଗରାଜୁ, ଖଲ୍ଲିକୋଟ ବିଶ୍ବବିଦ୍ୟାଳୟ ପ୍ରଫୁଲ୍ଲ ମହାନ୍ତିଙ୍କୁ କୁଳପତି ଭାବେ ନିଯୁକ୍ତି ଦିଆଇଛି।, ଏଥର ୪ ବର୍ଷ ପାଇଁ ନବ ନିଯୁକ୍ତ କୁଳପତି କାର୍ଯ୍ୟ କରିବେ। ଆଜି ରାଜ୍ୟର ୬ଟି ବିଶ୍ବବିଦ୍ୟାଳୟରେ କୁଳପତି ନିଯୁକ୍ତ ନେଇ ରାଜ୍ୟପାଳ ତଥା କୁଳାଧିପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.