ନବବର୍ଷର ଶୁଭେଚ୍ଛା ଓ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ପୁଲିସ ଡିଜି ଅଭୟ

ଭୁବନେଶ୍ୱର : ରାଜ୍ୟବାସୀଙ୍କୁ ଟ୍ୱିଟ କରି ଇଂରାଜୀ ନବବର୍ଷର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟବାସୀଙ୍କୁ ଜୟ ଜଗନ୍ନାଥ ଓ ବନ୍ଦେ ଉତ୍କଳ ଜନନୀ କହି ଶୁଭେଚ୍ଛା ଓ ଶୁଭକାମନା ଜଣାଇବା ସହ ମହାପ୍ରଭୁଙ୍କ କୃପାରୁ ୨୦୨୧ ମସିହା ସୁଖ, ସମୃଦ୍ଧି ଓ ପ୍ରଗତିର ବର୍ଷ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ନୂଆବର୍ଷ ସଭିଁଙ୍କ ପାଇଁ ନୂଆ ଆଶା ଓ ସମ୍ଭାବନା ନେଇ ଆସିଛି।
ସେହିପରି ନୂଆବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ପୁଲିସ ଡ଼ିଜି ଅଭୟ। ନୂଆବର୍ଷ ସମସ୍ତଙ୍କ ପାଇଁ ଶୁଭଙ୍କର ଓ ମଙ୍ଗଳମୟ ହେଉ ବୋଲି କାମନା କରିଛନ୍ତି।

Comments are closed.