ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ

ବାଲେଶ୍ୱର : ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ଗଉଡ଼ୁଣୀ ପୋଖରୀ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ଘର ବାଲେଶ୍ୱର ସ୍ଥିତ ପାତ୍ରପଡ଼ା ଅଞ୍ଚଳରେ ବୋଲି ଜଣାପଡ଼ିଛି। ଏହି ଦୁର୍ଘଟଣାରେ ଅନ୍ୟ ଜଣେ ଆହତ ହୋଇଛନ୍ତି। ଆହତଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ବ୍ୟକ୍ତି ଜଣଙ୍କ ନିଜ ସାଙ୍ଗ ସହ ସୋରରୁ ବାଲେଶ୍ୱର ଯାଉଥିବା ବେଳେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସାଙ୍ଗ ଆହତ ହୋଇଥିଲେ। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Comments are closed.