ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

ରାୟଗଡ଼ା : ରାୟଗଡ଼ା ଜିଲା ଅନ୍ତର୍ଗତ କାଶିପୁର ବ୍ଲକ କୁନ୍ଦୁପେଟ ଗାଁ ନିକଟ ଜଙ୍ଗଲରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଶନିବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ବାରହା ଧରିବାକୁ ଶିକାରୀ ବିଛାଇଥିବା ବିଦ୍ୟୁତ ତାରରେ ପଡ଼ି ଯୁବକଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ମିଳିଥିବା ସୂଚନା ଅନୁଯାୟୀ, ଯୁବକ ଜଣଙ୍କ କାଠ ସଂଗ୍ରହ ପାଇଁ ଯାଇଥିବା ବେଳେ ଏଭଳି ଅଘଟଣ ଘଟିଛି।

Comments are closed.