ହାତୀପଲଙ୍କ ଉପଦ୍ରବ, ବ୍ୟାପକ ଫସଲ ନଷ୍ଟ

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲା କରଞ୍ଜିଆ ରେଞ୍ଜରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ହାତୀପଲରେ ପ୍ରାୟ ୨୨ ଟି ହାତୀ ଥିବା ଜଣାପଡ଼ିଛି। ସ୍ଥାନୀୟ ଅଞ୍ଚଳରେ ହାତୀପଲ ବ୍ୟାପକ ଫସଲ ମଧ୍ୟ ନଷ୍ଟ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଶନିବାର ବିଳମ୍ବିତ ରାତିରେ ହାତୀପଲ କରଞ୍ଜିଆ ରେଞ୍ଜରେ ନିକଟବର୍ତ୍ତୀ କିଛି ଗ୍ରାମରେ ପଶିଥିଲେ। ହାତୀଙ୍କ ଉପଦ୍ରବ କାରଣରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି। ବନ ବିଭାଗ ତୁରନ୍ତ ହାତୀପଲଙ୍କୁ ଘଉଡ଼ାଇବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

Comments are closed.