ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଶ୍ରମିକ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ଟିଟିଲାଗଡ଼ : ଟିଟିଲାଗଡ଼ ଥାନା ଅନ୍ତର୍ଗତ ଲୁଥୁରବନ୍ଧ ପଞ୍ଚାୟତ ଷ୍ଟଲ ଛାତ କାମ ସମୟରେ ଶନିବାର ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତ ଶ୍ରମିକ ଜଣଙ୍କ ଲୁଥୁରବନ୍ଧ ଅଞ୍ଚଳର ବାହାଡ଼ା ରଣାଙ୍କ ପୁଅ ବିଦୁର ରଣା (୨୨) ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳ ୭ଟା ସମୟରେ ବିଦୁର କାମ କରିବାକୁ ଯାଇ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ ଓ ସେଠାରେ ଚେତାଶୂନ୍ୟ ହୋଇଯାଇଥିଲେ। ତାଙ୍କୁ କଳାହାଣ୍ତି ଜିଲା କେସିଙ୍ଗା ଡ଼ାକ୍ତରଖାନାକୁ ନିଆଯାଇଥିଲା। ମାତ୍ର ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣାପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହେବା ସହ ଉତ୍ତ୍ୟକ୍ତ ଗ୍ରାମବାସୀ ଓ ପରିବାର ଲୋକେ ଟିଟିଲାଗଡ଼ କେସିଙ୍ଗା ରାସ୍ତାର ଲୁଥୁରବନ୍ଧ ଠାରେ ରାସ୍ତା ଅବରୋଧ କରିଥିବା ସୂଚନା ମିଳିଛି।

Comments are closed.