ସଡ଼କ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର

ଭଦ୍ରକ : ଭଦ୍ରକ-ଚାନ୍ଦବାଲି ରାସ୍ତାର ନଛିପୁର ଛକ ନିକଟରେ ଗୁରୁବାର ସକାଳେ ଏକ ହାଇୱା ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ଭଦ୍ରକ ଅନ୍ତର୍ଗତ ନୂଆଶାସନ ଅଞ୍ଚଳର ବୋଲି ଜଣାପଡ଼ିଛି। ସୂଚନା ଯୋଗ୍ୟ, ଆଜି ସକାଳେ ଦୁଇ ଜଣ ବ୍ୟକ୍ତି ବାଇକ ଯୋଗେ, ଭଦ୍ରକ ଅଭିମୁଖେ ଯାଉଥିଲେ। ନଛିପୁର ଛକ ନିକଟରେ ଏକ ହାଇୱା ସେମାନଙ୍କୁ ସାମ୍ନା ପଟରୁ ଧକ୍କା ଦେଇ ଫେରାର ହୋଇଯାଇଥିଲା। ଫଳରେ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଭଦ୍ରକ ମେଡ଼ିକାଲକୁ ନିଆଯାଇଥିଲା। ମାତ୍ର ସେଠାରେ ତାଙ୍କର ଅବସ୍ଥାରେ ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଭଦ୍ରକ ଗ୍ରାମାଞ୍ଚଳ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comments are closed.