ଖୋର୍ଦ୍ଧା ବରୁଣେଇ ଅଭିମୁଖେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ୱର : ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ବିମାନବନ୍ଦରରୁ ବାୟୁସେନାର ହେଲିକପ୍ଟରରେ ଖୋର୍ଦ୍ଧା ବରୁଣେଇ ଅଭିମୁଖେ ଯାତ୍ରା କରିଛନ୍ତି। ତାଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଯାତ୍ରା କରିଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଆଉ କିଛି ସମୟ ପରେ ରାଷ୍ଟ୍ରପତି ବରୁଣେଇ ପାହାଡ଼ ନିକଟରେ ପାଇକ ବିଦ୍ରୋହ ସ୍ମାରକର ଶିଳାନ୍ୟାସ କରିବେ। ସେଠାରୁ ବିମାନବନ୍ଦରକୁ ଫେରିବା ପରେ ସଡ଼କ ପଥରେ ଯାଇ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ ଜୁବିଲି କାର୍ଯ୍ୟକ୍ରମରେ ଅଭିଭାଷଣ ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି।

Comments are closed.