ଅଗ୍ନିକାଣ୍ଡରେ ୩୦ ରୁ ଅଧିକ ଘର ଭସ୍ମୀଭୂତ

ଗଞ୍ଜାମ  : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗାଁରେ ସୋମବାର ସକାଳେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ପ୍ରାୟ ୩୦ ରୁ ଅଧିକ ଘର ପୋଡ଼ି ପାଉଁଶ ହୋଇ ଯାଇଛି। ସୂଚନା ଯୋଗ୍ୟ, ଆଜି ସକାଳେ ଗାଁର ନୂଆଁ ସାହିରେ କୌଣସି କାରଣ ବଶତଃ ଏକ ଘରେ ନିଆଁ ଲାଗି ଯାଇଥିଲା। ଏହାପରେ ଉକ୍ତ ଘରୁ ନିଆଁ ବ୍ୟାପୀ ୩୦ଟି ଘର ପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ପୁରୁଷୋତ୍ତମପୁର ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ନିଆଁରେ କେତେ ପରିମାଣରେ କ୍ଷୟକ୍ଷତି ହୋଇଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ।

Comments are closed.