ଉପରାଷ୍ଟ୍ରପତିଙ୍କ ବଲାଙ୍ଗୀର ଗସ୍ତ ବାତିଲ

ଭୁବନେଶ୍ୱର/ବଲାଙ୍ଗୀର: ଖରାପ ପାଗ ଯୋଗୁ ଉପରାଷ୍ଟ୍ରପତି ଏମ୍‍ .ଭେଙ୍କୟା ନାଇଡ଼ୁଙ୍କ ବଲାଙ୍ଗୀର ଗସ୍ତ ବାତିଲ ହୋଇଛି। ଉପରାଷ୍ଟ୍ରପତି ଆଜି ବଲାଙ୍ଗୀରଠାରେ ବିପିସିଏଲ ଏଲପିଜି ବଟଲିଂ ପ୍ଲାଣ୍ଟର ଲୋକାର୍ପଣ କରିବା ସହ ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି ସମାରୋହରେ ଯୋଗଦେବାର କାର୍ଯ୍ୟକ୍ରମ ରହିଥିଲା। ମାତ୍ର କୋହଲା ପାଗ ଓ ଘନ କୁହୁଡ଼ି କାରଣରୁ ଉପରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି।

Comments are closed.