ଅର୍ଦ୍ଧଦଗ୍ଧ ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର

ରାଞ୍ଚି : ଝାଡ଼ଖଣ୍ଡର ଖୁଣ୍ଟୀ ଜିଲାରେ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ଘଟଣା ବିଷୟରେ ଜଣାପଡ଼ିବା ପଡ଼ିବା ପରେ ଜିଲାରେ ଏକ ପ୍ରକାର ହଇଚଇ ସୃଷ୍ଟି ହୋଇଛି। ମହିଳାଙ୍କୁ ଅନ୍ୟ କେଉଁଠାରେ ଜାଳି, ଉକ୍ତ ସ୍ଥାନରେ ପକାଇ ଦେଇଥିବା ପୁଲିସ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ସୂଚନା ଯୋଗ୍ୟ, ଗୁରୁବାର ଅର୍ଦ୍ଧଦଗ୍ଧ ଅବସ୍ଥାରେ ମହିଳାଙ୍କ ମୃତଦେହ ଠାବ ହୋଇଥିଲା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ସହ ତଦନ୍ତ ଜାରି ରଖିଛି। ବ୍ୟବଚ୍ଛେଦ ରିର୍ପୋଟ ଆସିବା ପରେ ମହିଳାଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ। କିଛି ଦିନ ପୂର୍ବରୁ ମଧ୍ୟ ଖୁଣ୍ଟୀ ଜିଲାରେ ଅନ୍ୟ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଥିଲା।

Comments are closed.